ଆଜିଠୁ ମାଟ୍ରିକ ପରୀକ୍ଷା ଖାତା ଦେଖା

ଭୁବନେଶ୍ୱର – ଆଜିଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା ଖାତାଦେଖା। ଏଥିପାଇଁ ୫୬ଟି ମୂଲ୍ୟାୟନ କେନ୍ଦ୍ର କରାଯାଇଛି । ମୂଲ୍ୟାୟନ କେନ୍ଦ୍ରଗୁଡ଼ିକରେ ଶିକ୍ଷକ ଶିକ୍ଷୟିତ୍ରୀମାନେ ଗତକାଲିଠାରୁ ହିଁ ପହଞ୍ଚି ଯାଇଛନ୍ତି । ପ୍ରାୟ ୧୩ ହଜାର ଶିକ୍ଷକ ଶିକ୍ଷୟିତ୍ରୀ ଏଥର ଖାତା ଦେଖିବେ । ଏ ବର୍ଷ ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଛନ୍ତି । ମୂଲ୍ୟାୟନ ପ୍ରକ୍ରିୟା ୧୨ ଦିନ ଯାଏଁ ଚାଲିବ ।

Comments are closed.