ଏପ୍ରିଲ ପାଇଁ ଭୁବନେଶ୍ୱର -ରଙ୍ଗେଇଲୁଣ୍ଡା -ଭୁବନେଶ୍ୱର ବିମାନ ଉଡାଣ ତାରିଖ ଓ ସମୟ ଧାର୍ଯ୍ୟ

ଭୁବନେଶ୍ବର – ଏହି ମାସ ପାଇଁ ଭୁବନେଶ୍ବର- ରଙ୍ଗେଇଲୁଣ୍ଡା- ଭୁବନେଶ୍ବର ବିମାନ ଉଡ଼ାଣର ତାରିଖ ଓ ସମୟ ଧାର୍ଯ୍ୟ କରିଛନ୍ତି ବିଜୁ ପଟ୍ଟନାୟକ ବିମାନ ବନ୍ଦର ନିର୍ଦ୍ଦେଶକ । ସପ୍ତାହକୁ ୨ଦିନ ମାସକୁ ୯ଦିନ ଉଡ଼ିବ ଫ୍ଲାଇଟ୍ । ମାସର ପ୍ରତି ବୁଧବାର ଓ ରବିବାର ଉଡ଼ିବ ବିମାନ । ଗତକାଲି ଭୁବନେଶ୍ବରରୁ ରଙ୍ଗେଇଲୁଣ୍ଡା ଏବଂ ରଙ୍ଗେଇଲୁଣ୍ଡାରୁ ଭୁବନେଶ୍ବର ବିମାନବନ୍ଦରକୁ ଉଡିଛି ବିମାନ । ସେହିପରି ଆସନ୍ତା ୫, ୯, ୧୨,୧୬, ୧୯, ୨୩, ୨୬ ଓ ୩୦ ତାରିଖରେ ଉଡ଼ିବ ବିମାନ । ଭୁବନେଶ୍ବରରୁ ବାହାରିଲେ ରଙ୍ଗେଲୁଣ୍ଡାରେ ପହଞ୍ଚିବାକୁ ଏକ ଘଣ୍ଟା ସମୟ ଲାଗୁଛି । ସେଠାରେ ୨୦ ମିନିଟ୍ ରହଣି ପରେ ସେଠାରୁ ଫ୍ଲାଇଟ୍ ଭୁବନେଶ୍ବର ଅଭିମୁଖେ ଟେକଅଫ୍ କରିବ । ଗତମାସ ୫ ତାରିଖ ବିଜୁ ଜୟନ୍ତୀ ଅବସରରେ ରଙ୍ଗେଇଲୁଣ୍ଡାକୁ ବିମାନ ଉଡ଼ାଣର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Comments are closed.