ରାଜ୍ୟରେ ୭ ଯାଏଁ ହାଲୁକାରୁ ମଧ୍ୟମ ଧରଣର ବର୍ଷା

ଭୁବନେଶ୍ୱର – ବାୟୁ ଚଳାଚଳ ଜନିତ ଅନିୟମିତତାରୁ ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିଛି । ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ୮ ତାରିଖରେ ବର୍ଷାର ପରିମାଣ ଓ ବିସ୍ତୃତି ବଢିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଦକ୍ଷିଣ ଓଡ଼ିଶା ସହ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତା ଦୁଇଦିନ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ ।

Comments are closed.