ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେଡି | News Room Odisha

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେଡି

ଭୁବନେଶ୍ୱର – ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଅନ୍ୟ ଦଳମାନଙ୍କଠାରୁ ଗୋଟିଏ ପାଦ ଆଗରେ ରହିଛି ଶାସକ ବିଜେଡି। ଉପନିର୍ବାଚନ ତାରିଖ ଘୋଷଣା ପରେ ବିଜେଡି ପ୍ରଥମ ଦଳ ଭାବେ ପ୍ରାର୍ଥୀ ଘୋଷଣା କରିସାରିଛି । ଏବେ ଶାସକ ଦଳ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି । ଦଳ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ତିନି ବରିଷ୍ଠ ନେତାଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ ଦିଆଯାଇଛି । ସେମାନେ ହେଲେ ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ପ୍ରସାଦ ମିଶ୍ର ଓ ଶାରଦା ପ୍ରସାଦ ନାୟକ।

ସୂଚନାଯୋଗ୍ୟ ଯେ, ବିଜେଡି ଝାରସୁଗୁଡ଼ା ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ସ୍ୱର୍ଗତ ମନ୍ତ୍ରୀ ନବକିଶୋର ଦାସଙ୍କ ଝିଅ ଦୀପାଳିଙ୍କୁ ପ୍ରାର୍ଥୀ କରିଛି। ଆସନ୍ତା ମାସ ୧୦ ତାରିଖରେ ଉପନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବ । ମେ ‘ ୧୩ ତାରିଖରେ ହେବ ଗଣତି । ନବକିଶୋର ଦାସଙ୍କ ହତ୍ୟା ପରେ ଏହି ଆସନ ଖାଲି ପଡ଼ିଛି ।