ଆଜି ଓ ଆସନ୍ତାକାଲି କାଳବୈଶାଖୀ ବର୍ଷା, ୧୦ରୁ ବଢିବ ତାତି | News Room Odisha

ଆଜି ଓ ଆସନ୍ତାକାଲି କାଳବୈଶାଖୀ ବର୍ଷା, ୧୦ରୁ ବଢିବ ତାତି

ଭୁବନେଶ୍ୱର – ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିଛି । ଆଜି ଓ ଆସନ୍ତାକାଲି ମଧ୍ୟ କିଛି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ପବନ ଓ ଘଡ଼ଘଡ଼ି ହେବା ସମ୍ଭାବନା ରହିଛି। ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, କାଳବୈଶାଖୀ ପ୍ରଭାବରେ ଆଜି ନୂଆପଡ଼ା, ବଲାଙ୍ଗିର, ଝାରସୁଗୁଡ଼ା, ସମ୍ବଲପୂର, ସୋନପୁର, ବରଗଡ଼, ଢ଼େଙ୍କାନାଳ,ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଜିଲ୍ଲାରେ ବର୍ଷିବ । ସୁନ୍ଦରଗଡ଼, ଅନୁଗୁଳ, ଦେବଗଡ଼, ବୌଦ୍ଧ ଓ ମୟୂରଭଞ୍ଜ ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ହେବା ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।

କାଳବୈଶାଖୀ ପ୍ରଭାବରେ ଆସନ୍ତା କାଲି ବର୍ଷା ସହ ପବନ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ବୌଦ୍ଧ, ଅନୁଗୋଳ କଟକ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ବର୍ଷା ପବନ ଓ ଘଡଘଡି ହେବା ସମ୍ଭାବନା ରହିଛି।

ଆଜି ଓ ଆସନ୍ତାକାଲି କପରେ ରାଜ୍ୟରେ ତାପମାତ୍ରା ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।