ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ବୈଠକ : ୫୬୬ଟି ପ୍ରକଳ୍ପ ପାଇଁ ୫୪ ଦଶମିକ ୮୧ କୋଟି ଟଙ୍କା ଅନୁମୋଦନ

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ୬୧ତମ ପରିଷଦ ବୈଠକ ଭୁବନେଶ୍ୱର ସ୍ଥିତ ରାଜୀବ ଭବନରେ ଅନୁଷ୍ଠିତ ହୋଇଥିଲା । ଅଧ୍ୟକ୍ଷ ଅସିତ୍ ତ୍ରିପାଠୀ ଏଥିରେ ଅଧ୍ୟକ୍ଷତା କରିଥିଲେ । ଶ୍ରୀ ତ୍ରିପାଠୀ ସମସ୍ତ ସଦସ୍ୟଙ୍କୁ ସ୍ଵାଗତ କରିଥିଲେ । ଶ୍ରୀ ତ୍ରିପାଠୀ ୨୦୨୩ -୨୪ ରାଜ୍ୟ ବଜେଟରେ ସରକାରଙ୍କ ଦ୍ଵାରା ଅନୁଦାନ ବୃଦ୍ଧି ପାଇଁ ୨୦୦ କୋଟିରୁ ୩୨୫ କୋଟି ଟଙ୍କା ପର୍ଯ୍ୟନ୍ତ ପରିଷଦକୁ ଅବଗତ କରାଇଥିଲେ ଏବଂ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଥିଲେ । ଅସମ୍ପୂର୍ଣ୍ଣ କମ୍ୟୁନିଟି ସେଣ୍ଟର ଏବଂ କଲ୍ୟାଣ ମଣ୍ଡପ ସମାପ୍ତ ପାଇଁ ପରିଷଦ ଦ୍ବାରା ନିଆଯାଇଥିବା ପଦକ୍ଷେପ ବିଷୟରେ ଏହାକୁ ସମସ୍ତ ସଦସ୍ୟ ପ୍ରଶଂସା କରିଥିଲେ ଯେଉଁଥି ପାଇଁ ବର୍ଷକୁ ୧୨୫ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ପରିଷଦର ଅନୁଦାନ ପ୍ରାପ୍ତ ପ୍ରକଳ୍ପର କାର୍ଯ୍ୟକାରିତା , ଜନସାଧାରଣଙ୍କ ବ୍ୟବହାର ପାଇଁ ପ୍ରକଳ୍ପର ଉପଯୋଗ , ଅଡିଟୋରିୟମ୍ , ପର୍ଯ୍ୟଟନ ସମ୍ବନ୍ଧୀୟ କାର୍ଯ୍ୟକଳାପ ସମେତ ଜୀବିକା ପ୍ରକଳ୍ପ ଭଳି ବୃହତ ତଥା ଦୃଶ୍ୟମାନ ପ୍ରକଳ୍ପର ନିର୍ମାଣ , ସାମଗ୍ରିକ ରୂପାନ୍ତର ଏବଂ ସ୍ଵଚ୍ଛତା ପାଇଁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଉପରେ ପରିଷଦର ଅଧ୍ୟକ୍ଷ ଗୁରୁତ୍ୱାରୋପ କରିଛନ୍ତି । ସମସ୍ତ ସଦସ୍ୟଙ୍କୁ ସଂଘବଦ୍ଧ ହିସାବରେ କାର୍ଯ୍ୟ କରିବାକୁ ସେ ଆହ୍ୱାନ କରିଛନ୍ତି । ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡକ୍ଟର ଅଜିତ କୁମାର ମିଶ୍ର ବୈଠକର ଆଲୋଚନା ପାଇଁ କାର୍ଯ୍ୟସୂଚୀ ଉପସ୍ଥାପନ କରିଥିଲେ । ପରିଷଦ ବୈଠକରେ ସାଂସଦ , ବିଧାୟକ ଏବଂ ଅନ୍ୟମାନଙ୍କ ଦ୍ଵାରା ସୁପାରିଶ କରାଯାଇଥିବା ୧ ଡିସେମ୍ବର ୨୦୨୨ ରୁ ୩୧ ମାର୍ଚ୍ଚ ୨୦୨୩ ମଧ୍ୟରେ ୫୬୬ ଗୋଟି ପ୍ରକଳ୍ପ ପାଇଁ ୫୪.୮୧ କୋଟି ଟଙ୍କାର ଅନୁମୋଦନ କରାଯାଇଥିଲା । WODC ଅନୁଦାନ ପ୍ରାପ୍ତ ୧୧୪୭ କମ୍ୟୁନିଟି ସେଣ୍ଟର ଏବଂ କଲ୍ୟାଣ ମଣ୍ଡପଗୁଡିକ ପାଇଁ ଗ୍ରହଣ କରାଯାଇଥିବା ପ୍ରସ୍ତାବଗୁଡିକ ୬୪.୨୪ କୋଟି ଟଙ୍କା , ବିଭିନ୍ନ ଜିଲ୍ଲାକୁ ୪ ଜଣ ବୈଷୟିକ ବ୍ୟକ୍ତିଙ୍କ ଯୋଗଦାନ , ସୋସିଆଲ୍ ମିଡିଆ ସେଲର କାର୍ଯ୍ୟକାରିତା ସ୍ପଷ୍ଟ ଭାବରେ ବିଚାରବିମର୍ଶ କରାଯାଇଥିଲା ଏବଂ ପରିଷଦରେ ଅନୁମୋଦିତ ହୋଇଥିଲା । ମାନ୍ୟବର ଦେବଗଡ ବିଧାୟକ ସୁବାସ୍ ଚନ୍ଦ୍ର ପାଣିଗ୍ରାହୀ , ଲଞ୍ଜିଗଡ ବିଧାୟକ ପ୍ରଦିପ କୁମାର ଦିଶାରୀ , ବରଗଡ ବିଧାୟକ ଦେବେଶ ଆଚାର୍ଯ୍ୟ , ଖଡିଆଳ ବିଧାୟକ ଅଧୁରାଜ ମୋହନ ପାଣିଗ୍ରାହୀ ମଧ୍ଯ WODC ପ୍ରକଳ୍ପ କାର୍ଯ୍ୟକାରୀ କରିବା ସହ ବିଭିନ୍ନ ପ୍ରସଙ୍ଗ ଉଠାଇଥିଲେ । ପରିଷଦର ଅନୁଦାନ ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସେମାନେ କୃତଜ୍ଞତା ଜଣାଇଛନ୍ତି । ବୈଠକରେ ପରିଷଦର ପରାମର୍ଶଦାତା ଏବଂ ସମସ୍ତ ୯ ଜଣ ବିଶେଷଜ୍ଞ ସଦସ୍ୟ ମଧ୍ୟ ନିଜ ନିଜ ଜିଲ୍ଲାର ସମସ୍ୟାଗୁଡିକ ଉପସ୍ଥାପନ କରିଥିଲେ ।

ଏହି ବୈଠକରେ ଉତ୍ତରାଞ୍ଚଳ ଆରଡିସି ଡ . ସୁରେଶ ଚନ୍ଦ୍ର ଦଲାଇ , ଦକ୍ଷିଣାଞ୍ଚଳ ଆରଡିସି ଟି . ଆଓ , ପରିଷଦର ପରାମର୍ଶଦାତା ନାରାୟଣ ସାହୁ ଏବଂ ଅନ୍ୟ ବିଶେଷଜ୍ଞ ସଦସ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ । ବୈଠକର ଶେଷରେ ଅଧ୍ୟକ୍ଷଙ୍କ ଅନୁମତି ଅନୁଯାୟୀ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ ।

Comments are closed.