ଓଡ଼ିଶାରେ ପ୍ରତିଷ୍ଠା ହେବ ଦେଶର ବୃହତ୍ତମ ଇସ୍ପାତ କାରଖାନା: ଶିଳ୍ପମନ୍ତ୍ରୀ | News Room Odisha

ଓଡ଼ିଶାରେ ପ୍ରତିଷ୍ଠା ହେବ ଦେଶର ବୃହତ୍ତମ ଇସ୍ପାତ କାରଖାନା: ଶିଳ୍ପମନ୍ତ୍ରୀ

ଭୁବନେଶ୍ବର – ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତରୁ ରାଜ୍ୟକୁ ବଡ଼ ସଫଳତା ମିଳିଛି ଓ ଓଡ଼ିଶାରେ ଦେଶର ବୃହତ୍ତମ ଇସ୍ପାତ କାରଖାନା ପ୍ରତିଷ୍ଠା ହେବ ବୋଲି କହିଛନ୍ତି ଶିଳ୍ପମନ୍ତ୍ରୀ ପ୍ରତାପ କେଶରୀ ଦେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିପ୍ପନ ଷ୍ଟିଲ୍ସ ବୁଲି ଦେଖିଛନ୍ତି। ୯ଦିନର ଗସ୍ତକୁ ବେଶ୍ ସଫଳତା ମିଳିଥିବା ଶିଳ୍ଫ ମନ୍ତ୍ରୀ କହିଛନ୍ତି। ନିପ୍ପନ ଷ୍ଟିଲ ପ୍ଲାଣ୍ଟ ଓଡ଼ିଶାରେ ୩୦ନିୟୁତ ମେଟ୍ରିକ୍ ଟନ୍ ଇସ୍ପାତ ଉତ୍ପାଦନ କରିବ। ସେମାନେ ପାୱାର ପ୍ଲାଣ୍ଟ ପାଇଁ ଗ୍ରୀନ ଆମୋନିଆ ବ୍ୟବହାର ଉପରେ ଗୁରୁତ୍ବ ଦେଇଛନ୍ତି। ଖୁବ୍ ଶୀଘ୍ର ଜାପାନ ପ୍ରତିନିଧି ଦଳ ଓଡ଼ିଶା ଆସି ସେମାନେ କ୍ଷେତ୍ର ପରିଦର୍ଶନ କରିବ ବୋଲି ବିଭାଗୀୟ ମନ୍ତ୍ରୀ କହିଛନ୍ତି।