ଏପ୍ରିଲ ୧୩ରୁ ୧୫ ଯାଏଁ ରାଜ୍ୟ ପାଇଁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି | News Room Odisha

ଏପ୍ରିଲ ୧୩ରୁ ୧୫ ଯାଏଁ ରାଜ୍ୟ ପାଇଁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର – ସାରାରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଅନୁଭୂତ ହେଉଛି ପ୍ରବଳ ତାତି । ଆକାଶରୁ ସତେ ଯେପରି ଅଗ୍ନି ବର୍ଷା ହେଉଛି । ଏପରିକି ସକାଳ ୯ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡ଼ୁଛି। ଏହାକୁ ଦୃଷ୍ଟିକୁ ରଖି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟରେ ୩ ଦିନ ପାଇଁ କିଛି ଜିଲ୍ଲାରେ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଗାମୀ ୪ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନର ତାପମାତ୍ରା ୩ ରୁ ୪ ଡ଼ିଗ୍ରୀ ଯାଏଁ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବ। ଏପ୍ରିଲ ୧୩, ୧୪ ଓ ୧୫ ତାରିଖରେ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଛି।