ଅସହ୍ୟ ତାତିରେ କଲବଲ ସାରା ଓଡ଼ିଶା, କାଲିଠୁ ୧୫ ଯାଏଁ ବିଭିନ୍ନ ଜିଲ୍ଲାକୁ ଅତି ପ୍ରଖର ଗ୍ରୀଷ୍ମ ପ୍ରବାହ ଆଲର୍ଟ 

ଭୁବନେଶ୍ବର – ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ସକାଳ ୮ଟା ପରେ ତାତି ଆରମ୍ଭ ହୋଇ ଯାଉଥିବାରୁ ଘରୁ ବାହାରିବା ମୁସ୍କିଲ ହୋଇଯାଉଛି । ଆସନ୍ତା ୫ଦିନ ପର୍ଯ୍ୟନ୍ତ ତାତିରୁ ତ୍ରାହି ମିଳିବା ସମ୍ଭାବନା ନାହିଁ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଗାମୀ ଦିନରେ ତାପମାତ୍ରା ସ୍ବାଭାବିକଠାରୁ ୪ରୁ ୬ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବା ସମ୍ଭାବନା ରହିଛି।

ଏପ୍ରିଲ ୧୩ରୁ ୧୫ ତାରିଖ ଯାଏ ଅତିପ୍ରଖର ଗ୍ରୀଷ୍ମ ପ୍ରବାହ ପାଇଁ ବିଭିନ୍ନ ଜିଲ୍ଲାକୁ ସତର୍କ କରାଯାଇଛି । ଦିନ ୧୧ଟାରୁ ୩ଟା ମଧ୍ୟରେ ଜରୁରୀ କାର୍ଯ୍ୟ ନଥିଲେ ବାହାରକୁ ନବାହାରିବାକୁ ପରାମର୍ଶ ଦିଆଯାଇଛି। ସେପଟେ ସବୁ ଜିଲ୍ଲାପାଳଙ୍କୁ ହିଟଓ୍ବେଭ ପାଇଁ ପ୍ରସ୍ତୁତ ରହିବାକୁ ଚିଠି ଲେଖିଛନ୍ତି ଏସଆର ସି ।

ଅଂଶୁଘାତରେ କାହାର ମୃତ୍ୟୁ ହୋଇଥିଲେ ତତ୍କାଳ ତଦନ୍ତ କରାଯିବ । ୨ଦିନ ମଧ୍ୟରେ ତଦନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ଅଂଶୁଘାତ ଜନିତ ମୃତ୍ୟୁ ପ୍ରମାଣିତ ହେଲେ ତୁରନ୍ତ କ୍ଷତିପୂରଣ ଦିଆଯିବ । ଶ୍ରମିକମାନେ ଖରା ସମୟରେ କାମ ନକରିବାକୁ ପରାମର୍ଶ ଦିଆଯାଇଛି । ଘରୁ ବାହାରକୁ ଯାଉଥିଲେ ପାଣି ବୋତଲ ନେବାକୁ ପରାମର୍ଶ ଦେଇଛନ୍ତି ଏସଆରସି ।

Comments are closed.