ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ | News Room Odisha

ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର – ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ନେଇ ସତର୍କ ରହିବାକୁ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ମେଡିକାଲରେ ଏସି ରୁମ ପ୍ରସ୍ତୁତ ରଖିବା ପାଇଁ କୁହାଯାଇଛି ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି । ସମ୍ଭାବ୍ୟ ଅଂଶୁଘାତର ମୁକାବିଲା ପାଇଁ ଔଷଧ ସହ ଆମ୍ବୁଲାନ୍ସ ପ୍ରସ୍ତୁତ ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ପ୍ରତି ଜିଲ୍ଲାରେ କଲ୍‌ ସେଣ୍ଟରରୁ ତଥ୍ୟ ସଂଗ୍ରହ କରାଯାଉଛି । ଜିଲ୍ଳାପାଳମାନଙ୍କ ସହାୟତାରେ ଲୋକଙ୍କୁ ସଚେତନ କରାଯିବ ବୋଲି ସେ କହିଛନ୍ତି। ଆଉ ୪ ଦିନ ପ୍ରବଳ ଗ୍ରୀଷ୍ମ ପ୍ରବାହ ଥିବାରୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ।