୪୩ ଡିଗ୍ରୀ ସହ ଝାରସୁଗୁଡ଼ା ରାଜ୍ୟର ଉତ୍ତପ୍ତ ସହର, ୧୪ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ

ଭୁବନେଶ୍ୱର – ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ।ଝାରସୁଗୁଡା ଆଜି ରାଜ୍ୟର ଉତ୍ତପ୍ତ ସହର ପାଲଟିଛି । ଏଠାରେ ଦିନର ସର୍ବାଧିକ ତାପମାତ୍ରା ୪୩ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ବୁଧବାର ରାଜ୍ୟର ୧୪ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ରାଜ୍ୟରେ ଆଉ ୩ ଦିନ ପ୍ରଖର ଗ୍ରୀଷ୍ମ ପ୍ରବାହ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ୧୬ ତାରିଖରେ ରାଜ୍ୟରେ ବ​‌‌ର୍ଷା ହେବା ସମ୍ଭାବନା ରହିଛି । ରାଜ୍ୟ ମଧ୍ୟକୁ ବଙ୍ଗୋପସାଗରରୁ ବାୟୁପ୍ରବାହ ସମ୍ଭାବନା ଯୋଗୁଁ ଉତ୍ତର ଉପକୂଳ ସମେତ ଖୋର୍ଦ୍ଧା, ନୟାଗଡ, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, ମୟୁରଭଞ୍ଜ, କେନ୍ଦୁଝର ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ କହିଛି।

Comments are closed.