ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି | News Room Odisha

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ- ଝାରସୁଗୁଡ଼ା ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଆଜିଠାରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ମେ’ ୧୦ ତାରିଖରେ ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ । ଆଜି ବିଜ୍ଞପ୍ତି ପ୍ରକାଶ ପାଇବା ସହ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି । ଏପ୍ରିଲ ୨୦ ତାରିଖ ଯାଏଁ ପ୍ରାର୍ଥୀପତ୍ର ଦାଖଲ କରିହେବ । ଏପ୍ରିଲ ୨୧ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ । ଏହିମାସ ୨୪ ତାରିଖ ହେଉଛି ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ । ଆବଶ୍ୟକ ପଡିଲେ ମେ’ ୧୦ ତାରିଖରେ ଭୋଟ ଗ୍ରହଣ କରାଯିବ । ମେ’ ୧୩ରେ ହେବ ଭୋଟ ଗଣତି।

ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସଙ୍କ ହତ୍ୟା ପରେ ଝାରସୁଗୁଡ଼ା ଆସନ ଖାଲି ପଡିଛି। ଏହି ଆସନରେ ଶାସକ ବିଜେଡି ନବକିଶୋର ଦାସଙ୍କ ଝିଅ ଦୀପାଳିଙ୍କୁ ପ୍ରାର୍ଥୀ କରିଥିବା ବେଳେ ପୂର୍ବତନ ବିଧାୟକ ସ୍ୱର୍ଗତ ବୀରେନ୍ଦ୍ର ପାଣ୍ଡେଙ୍କ ପୁଅ ତରୁଣଙ୍କୁ ପ୍ରାର୍ଥୀ କରିଛି କଂଗ୍ରେସ। ବିଜେପି ପକ୍ଷରୁ ଟଙ୍କଧର ତ୍ରିପାଠୀଙ୍କୁ ପ୍ରାର୍ଥୀ କରାଯାଇଛି ।