ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ  | News Room Odisha

ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର – ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ । ଏହି ଉପଲକ୍ଷେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅପାର କରୁଣାରୁ ଏହି ନୂଆ ବର୍ଷ ସମସ୍ତଙ୍କ ପାଇଁ ନୂଆ ସୁଯୋଗ ଓ ସମ୍ଭାବନା ନେଇ ଆସୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।