ଗ୍ରୀଷ୍ମ ପ୍ରବାହ : ଆଜି ୮ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ବର – ସାରାରାଜ୍ୟରେ ଜାରି ରହିଛି ପ୍ରଖର ଗ୍ରୀଷ୍ମ ପ୍ରବାହ । ଆଜି ପ୍ରବଳ ତାତି ପାଇଁ ୮ଟି ଜିଲ୍ଲାକୁ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ପଶ୍ଚିମ ଓଡ଼ିଶାର ୭ ଜିଲ୍ଲାକୁ ହିଟ୍ ଆଲର୍ଟ ଜାରି ହୋଇଛି । ପଶ୍ଚିମ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ୪୦ ରୁ ୪୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ରେକର୍ଡ ହୋଇପାରେ । ଆସନ୍ତା ୨ଦିନ ମଧ୍ୟରେ ରାଜ୍ୟରେ ସ୍ବାଭାବିକ ଠାରୁ ତାପମାତ୍ରା ୩ରୁ ୫ ଡିଗ୍ରୀ ଅଧିକ ରହିବ ଳବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ପିକ୍ ଆଓ୍ବାର ଘୋଷଣା କରିଛି ପାଣିପାଗ କେନ୍ଦ୍ର । ଜରୁରୀ କାମ ନ ଥିଲେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି । ୧୬ ତାରିଖରେ ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିବା ସମ୍ଭାବନା ରହିଛି ।

Comments are closed.