ଶ୍ରୀ ମନ୍ଦିରରେ ରାମାଭିଷେକ ନୀତି ସମ୍ପର୍ଣ୍ଣ , ଶେଷ ହେଲା ପାରମ୍ପରିକ ସାହିଯାତ | News Room Odisha

ଶ୍ରୀ ମନ୍ଦିରରେ ରାମାଭିଷେକ ନୀତି ସମ୍ପର୍ଣ୍ଣ , ଶେଷ ହେଲା ପାରମ୍ପରିକ ସାହିଯାତ

ପବିତ୍ର ଶ୍ରବଣା ମକର ନକ୍ଷତ୍ରରେ ମହାପ୍ରଭୁଙ୍କ ରାମାଭିଷେକ ନୀତି ଅନୁଷ୍ଠିତ ହୋଇଯାଇଛି l ଶ୍ରୀମନ୍ଦିରରେ ମଧ୍ୟାହ୍ନଧୂପ ପରେ ନକ୍ଷତ୍ର ଦିଅଁ ଭିତରକୁ ବିଜେ କରିଥିଲେ l ଏହାପରେ ନକ୍ଷତ୍ର ବନ୍ଦାପନା କରାଯାଇ ନକ୍ଷତ୍ର ବେଢାକୁ ଦିଅଁଙ୍କୁ ବିଜେ କରାଯାଇଥିଲା l ଜୟବିଜୟ ଦ୍ୱାରରେ ଭୋଗ ଓ ବନ୍ଦାପନା ନୀତି ସରିବା ପରେ ଦିଅଁ ଦକ୍ଷିଣୀ ଘରକୁ ବିଜେ କରିଥିଲେ l ସେଠାରେ ଅନ୍ୟାନ୍ୟ ନୀତି ସରିବା ପରେ ସନ୍ଧ୍ୟାରେ ଅଜ୍ଞାମାଳ ପାଇଁ ଶ୍ରୀରାମ, ଶ୍ରୀ ଲକ୍ଷ୍ମଣ ଓ ଦେବୀସୀତା ରଥରେ ବିଜେ କରି ଶ୍ରୀଜଗନ୍ନାଥ ବଲ୍ଳବ ମଠକୁ ବିଜେ କରିଥିଲେ l ଦୁଇ ସେବାୟତ ଭରତ ଓ ଶତ୍ରୁଘ୍ନ ଚରିତ୍ର ଧାରଣ କରି ପ୍ରଭୁ ଶ୍ରୀରାମଙ୍କ ରୂପାର ପାଦୁକା ଦ୍ବୟ ସାଙ୍ଗରେ ଧରି ଶ୍ରୀଜଗନ୍ନାଥ ବଲ୍ଳବ ମଠରେ ପହଂଚିବା ପରେ ଗୌଡ଼ବାଡ଼ ସାହି ଆଖେଡା ପକ୍ଷରୁ ସେଠାରେ ଶ୍ରୀରାମଙ୍କ ଅଭିଷେକ ନୀତି ଅନୁଷ୍ଠିତ ହୋଇଥିଲା। ପରେ ଶ୍ରୀମନ୍ଦିରକୁ ଠାକୁର ବାହୁଡା଼ ବିଜେ କରିଥିଲେ l ତ୍ରେତୟା ଯୁଗରେ ମହାପ୍ରଭୁ ଅଯୋଧ୍ୟା ଧାମରେ ଶ୍ରୀରାମଙ୍କ ରୂପରେ ଜନ୍ମ ନେଇଥିଲେ ଯେହେତୁ ଶ୍ରୀରାମ ମହାପ୍ରଭୁଙ୍କ ଅବତାରୀ ସେହି ଦୃଷ୍ଟିରୁ ପ୍ରତିବର୍ଷ ଶ୍ରୀମନ୍ଦିରରେ ଶ୍ରୀରାମଙ୍କ ଜନ୍ମନୀତି ଠାରୁ ରାମାଭିଷେକ ନୀତି ପାଳନ କରାଯାଇ ଆସୁଛି l