ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ବିଜେପି ପ୍ରାର୍ଥୀ

ଝାରସୁଗୁଡ଼ା – ଝାରସୁଗୁଡ଼ା ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ । ଉପଜିଲ୍ଲାପାଳ ଅଫିସରେ ଟଙ୍କଧର ବିଜେପିର ପ୍ରମୁଖ ନେତା ଓ ସମର୍ଥକଙ୍କ ଆସି ପ୍ରାର୍ଥିପତ୍ର ଦାଖଲ କରିଥିଲେ । ଆସନ୍ତାକାଲି ବିଜେଡି ପ୍ରାର୍ଥୀ ଦୀପାଳି ଦାସ ପ୍ରାର୍ଥିପତ୍ର ଦାଖଲ କରିବେ । ପୂର୍ବରୁ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ପ୍ରାର୍ଥୀପତ୍ର ଦାଖଲ କରି ସାରିଛନ୍ତି । ଏହି ମାସ ୨୦ ତାରିଖ ହେଉଛି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ। ଆସନ୍ତାମାସ ୧୦ ତାରିଖରେ ଉପନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବ ।

Comments are closed.