ଆଜି ୭ଟି ଜିଲ୍ଲାକୁ ଅସହ୍ୟ ଗ୍ରୀଷ୍ମ ପ୍ରବାହ ସତର୍କତା  | News Room Odisha

ଆଜି ୭ଟି ଜିଲ୍ଲାକୁ ଅସହ୍ୟ ଗ୍ରୀଷ୍ମ ପ୍ରବାହ ସତର୍କତା 

ଭୁବନେଶ୍ୱର – ଆଜି ବି ସାରାରାଜ୍ୟରେ ଜାରି ରହିବ ଅସହ୍ୟ ଗ୍ରୀଷ୍ମ ପ୍ରବାହ । ଆଗାମୀ ୨ ଦିନ ଯାଏଁ ତାତିରୁ ନିସ୍ତାର ମିଳିବ ନାହିଁ।

ଆଜି ୭ ଜିଲ୍ଲାକୁ ହିଟୱେଭ୍‌ ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର ଏବଂ ବୌଦ୍ଧ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ନେଇ ସତର୍କତା ଜାରି କରାଯାଇଛି ।

୨୧ ତାରିଖ ପରେ ତାପମାତ୍ରା ହ୍ରାସ ପାଇବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ପ୍ରବଳ ତାତି ଯୋଗୁଁ ଆଜି ଓ ଆସନ୍ତାକାଲି ସବୁ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ରହିବା ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି।