ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ସଂଧ୍ୟା ୬ରୁ ୧୦ ବନ୍ଦ ରହିବ ଦର୍ଶନ  | News Room Odisha

ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ସଂଧ୍ୟା ୬ରୁ ୧୦ ବନ୍ଦ ରହିବ ଦର୍ଶନ 

ପୁରୀ – ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ବନକଲାଗି ନୀତି । ଏଥିପାଇଁ ଆଜି ସଂଧ୍ୟା ୬ରୁ ରାତି ୧୦ଟା ଯାଏଁ ୪ ଘଣ୍ଟା ପାଇଁ ଶ୍ରୀଜୀଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ ତିଥି ଥିବାରୁ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ପରେ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହେ ।

ବନକଲାଗି ନୀତିରେ ଶ୍ରୀମୁଖ ଶୃଙ୍ଗାର କରାଯାଇଥାଏ । ଦତ୍ତମହାପାତ୍ର ଶ୍ରୀଜୀଉମାନଙ୍କର ଶ୍ରୀମୁଖ ଶୃଙ୍ଗାର କରିଥାଆନ୍ତି । ହିଙ୍ଗୁଳ, ହରିତାଳ, କସ୍ତୁରୀରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।