ଉନ୍ନୟନ କମିଶନରଙ୍କ ବଲାଙ୍ଗୀର ଗସ୍ତ : ମନ୍ତ୍ରୀ ଟୁକୁନି ସାହୁଙ୍କ ଉପସ୍ଥିତିରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ପରିଦର୍ଶନ ଓ କାର୍ଯ୍ୟ ସମୀକ୍ଷା
ବଲାଙ୍ଗିର: ରାଜ୍ୟ ଉନ୍ନୟନ କମିଶନର ତଥା ଜଳସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଦୁଇ ଦିନିଆ ବଲାଙ୍ଗିର ଜିଲ୍ଲା ଗସ୍ତରେ ଆସି ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ପରିଦର୍ଶନ କରିବା ସହ କାର୍ଯ୍ୟ ସମୀକ୍ଷା କରିଛନ୍ତି ।
ଉନ୍ନୟନ କମିଶନର ଗତକାଲି ମଙ୍ଗଳବାର ପ୍ରଥମେ ତୁଷୁରା ଉଡାଜାହାଜ ପଡିଆ ରେ ପହଞ୍ଚିବା ପରେ ତୁଷୁରା ସ୍ଥିତ ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମ ପରିଦର୍ଶନ କରିଥିଲେ । ପରେ ପରେ ସେ ତୁଷୁରା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ପରିଦର୍ଶନରେ ଯାଇ ସେଠାରେ ରୋଗୀ ସେବା ଓ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ଓ ଭିରିଭୂମି ସମ୍ପର୍କରେ ଅନୁଧ୍ୟାନ କରିଥିଲେ । ପରେ ସେ ଗୁଡ଼ଭେଲା ସ୍ଥିତ ରାଉଲ ନଦୀରେ ନିର୍ମାଣଧୀନ ଅନ୍ତଃନଦୀ ଜଳାଶୟ ( ଇନଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକ୍ଟର ) ପ୍ରକଳ୍ପ ପରିଦର୍ଶନ କରି ଓ ଏହାର ନିର୍ମାଣ କାର୍ଯ୍ୟ ତ୍ବରାନ୍ବିତ କରିବାକୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଥିଲେ ।
ଏହି ପରିଦର୍ଶନ ସମୟରେ ଜଳ ସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଙ୍କ ସମେତ ରାଜ୍ୟ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ , ମୁଖ୍ୟ ଯନ୍ତ୍ରୀ ଙ୍କ ସମେତ ରାଜ୍ୟ ଏବଂ ଜିଲ୍ଲାର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ । ଏହି ଗସ୍ତ ପରିପ୍ରେକ୍ଷୀରେ ଉନ୍ନୟନ କମିଶନର ବଲାଙ୍ଗୀର ସ୍ମାର୍ଟ ପାର୍କ ନିକଟରେ ନିର୍ମାଣାଧନ ଜାତୀୟ ରାଜପଥ ବାଇପାସ୍ କାର୍ଯ୍ୟ ସହ ସ୍ମାର୍ଟ ପାର୍କ ସହ ବିଜା ଖମଣସ୍ଥିତ ଟ୍ରକ ଟର୍ମିନାଲ ପରିଦର୍ଶନ କରିଥିଲେ । ସେଠାରୁ ସେ ବଲାଙ୍ଗିର ବ୍ଲକ ଅନ୍ତର୍ଗତ ଛତାମଖନାସ୍ଥିତ ଅନ୍ତନଦୀ ଜଳାଶୟ ପ୍ରକଳ୍ପ କାର୍ଯ୍ୟ ଅନୁଧ୍ୟାନ କରି ନିର୍ମାଣ କାର୍ଯ୍ୟ ତ୍ବରାନ୍ବିତ କରିବାକୁ ନିର୍ଦେଶ ଦେଇଥିଲେ । ପରେ ସେ ଲାଲଟିକିରା ସ୍ଥିତ ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ନିର୍ମାଣାଧୀନ ୬୫୦ ଶଯ୍ୟା ବିଶିଷ୍ଠ ଶିକ୍ଷାଦାନ ହସ୍ପିଟାଲ ଓ ଅନ୍ୟାନ୍ୟ ଭିରିଭୂମିର ନିର୍ମାଣ କାର୍ଯ୍ୟର ସ୍ଥିତି ସମ୍ପର୍କରେ ସମୀକ୍ଷା କରିବା ସହ ଜିଲ୍ଲାପାଳ, କାର୍ଯ୍ୟ ନିର୍ବାହୀ ସଂସ୍ଥା ଏବଂ ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଡିନ ତଥା ଅଧ୍ୟକ୍ଷଙ୍କ ସହ ଏ ସଂପର୍କରେ ଆଲୋଚନା କରିଥିଲେ । ପରେ ଉନ୍ନୟନ କମିଶନର ପାଟଣାଗଡ ରାମପାଲି ସ୍ଥିତ ଅନ୍ଵେଷା ହଷ୍ଟେଲ ପରିଦର୍ଶନ କରିବା ସହ ଛାତ୍ରଛାତ୍ରୀମାନଙ୍କୁ ଶୈକ୍ଷିକ ବାତାବରଣ ତଥା ସେମାନଙ୍କର ପାଠପଢା ସମ୍ପର୍କରେ ପଚାରି ବୁଝିଥିଲେ । ଏହାପରେ ସେ ହରିଶଙ୍କର ଯାଇ ମନ୍ଦିର ପରିଦର୍ଶନ କରିବା ସହ ହରିଶଙ୍କର ପର୍ଯ୍ୟଟନ ସ୍ଥଳୀର ବିକାଶ ନିମନ୍ତେ ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟର ତଦାରଖ କରିଥିଲେ । ସେଠରେ ମିଶନ ଶକ୍ତି ପାନ୍ଥନିବାସ ପରିଦର୍ଶନ କରି ମିଶନ ଶକ୍ତି କେଫ୍ ସହ ପାର୍କି ” ଅଂଚଳ ପରିଚାଳନା କରୁଥିବା ସ୍ବୟ ” ସହାୟକ ଗୋଷ୍ଠୀର ସଦସ୍ୟାମାନଙ୍କ ସହ ଆଲୋଚନା କରି ସେମାନଙ୍କ କାର୍ଯ୍ୟର ପ୍ରଶଂସା କରିଥିଲେ । ପରେ ପରେ ସେ ବଲାଙ୍ଗିରର ଜୀବନ ରେଖା କୁହାଯାଇଥିବା ନିର୍ମାଣାଧନ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପରିଦର୍ଶନ କରି କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ ।
ଏହି ଅବସରରେ ସେ କହିଥିଲେ ଯେ , ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଚଳିତ ବର୍ଷ ଏହି ପ୍ରକଳ୍ପକୁ ଶେଷ କରିବାକୁ ନିର୍ଦ୍ଦେଶ ରହିଛି । ଜଳ ସଂପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ସମସ୍ତ ଇଂଜିନିୟରିଂ ” ଟିମ୍ ଓ ନିର୍ମାଣ ସଂସ୍ଥାର ସମସ୍ତ କର୍ମଚାରୀ ଦିନରାତି ପରିଶ୍ରମ କରି ଏହି ପ୍ରକଳ୍ପକୁ ଶୀଘ୍ର ଶେଷ କରିବାରୁ ପ୍ରଚେଷ୍ଟା ଜାରି ରଖିଛନ୍ତି । ଆମେ ଡ୍ରେନ୍ , ହ୍ରାସ ଆପ୍ ଭଳି ବୈଷୟିକ ଜ୍ଞାନ କୌଶଳର ଉପଯୋଗ କରି ସବୁ ସମୟରେ ଏହି ପ୍ରକଳ୍ପର ନିର୍ମାଣ ଅଗ୍ରଗତି ସଂପର୍କରେ ସ୍ଥିତି ଅନୁଧ୍ୟାନ କରୁଛୁ । ଆଗାମୀ ଜୁଲାଇ ମାସରୁ ଆମେ ବର୍ଷାଜଳକୁ ରଖପାରିବୁ ବୋଲି ଶ୍ରୀମତୀ ଗର୍ଗ ସୂଚନା ଦେଇଥିଲେ । ଏହି ପ୍ରକଳ୍ପ ଦ୍ବାରା ୪୦ହଜାର ହେକ୍ଟର ଜମିକୁ ଜଳ ସେଚନ ସୁବିଧା ମିଳିବା ସହ ବଲାଙ୍ଗୀରବାସୀଙ୍କୁ ଜଳାଭାବ ଦୂର କରିବାରେ ସହାୟକ ହେବ ବୋଲି ସେ ପ୍ରକାଶ କରିଥିଲେ । ଏହି ପରିଦର୍ଶନ ସମୟରେ ଜିଲ୍ଲାପାଳ ଚଞ୍ଚଳ ରାଣା , ଆରକ୍ଷୀ ଅଧିକ୍ଷକ ନିଦିନ କୁଶଲକରଙ୍କ ସମେତ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପର ଯନ୍ତ୍ରୀ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ । ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଗର୍ଗ ସ୍ଥାନୀୟ ସର୍କିଟ ହାଉସ ଠାରେ ପହଞ୍ଚି ସେଠାରେ ବଲାଙ୍ଗିର ଜିଲ୍ଲାରେ ଜଳ ସମ୍ପଦ ବିଭାଗ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ସମେତ ମେଗା ଲିଫ୍ ପ୍ରକଳ୍ପ ଉଠା ଜଳସେଚନ ପ୍ରକଳ୍ପ , କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଅଗ୍ରଗତି ଓ କାର୍ଯ୍ୟକାରିତା ସମ୍ପର୍କରେ ଏକ ସମୀକ୍ଷା ବୈଠକ କରିଥିଲେ ।
ବଲାଙ୍ଗିର ଜିଲ୍ଲା ଗସ୍ତର ହିତୀୟ ଦିନରେ ଆଜି ସକାଳେ ଉନ୍ନୟନ କମିଶନର ଶ୍ରୀମତୀ ଗର୍ଗ ବଲାଙ୍ଗିର ବ୍ଲକ ଅନ୍ତର୍ଗତ ପଥରଚେପ। ସ୍ଥିତ ପାର୍ବତୀ ଗିରି ବାଳ ନିକେତନ ଶିଶୁ ଯତ୍ନ ଅନୁଷ୍ଠାନ ପରିଦର୍ଶନ କରିଥିଲେ । ଉନ୍ନୟନ କମିଶନର ଅନ୍ତେବାସୀମାନଙ୍କୁ ସେମାନଙ୍କର ରହିବା ଖାଇବା , ଯତ୍ନ , ପାଠପଢା ତଥା ସ୍ବାସ୍ଥ୍ୟ ସମ୍ପର୍କରେ ପଚାରିବୁଝିବା ସହ ସେମାନକୁ ଉତ୍ସାହିତ କରିଥିଲେ । ଅନ୍ତେବାସୀ ମାନେ ରହୁଥିବା ବାଳକ ଓ ବାଳିକା ହଷ୍ଟେଲ ଓ ରୋଷେଇ ଶାଳା ପରିଦର୍ଶନ କରିବା ସହ ସେଠାରେ ଥିବା ସିଲେଇ ତାଲିମ କେନ୍ଦ୍ର ଓ ଯତ୍ନ ପରବର୍ତୀ କେନ୍ଦ୍ର ( ପୋଷ୍ଟ କେୟାର ସେଣ୍ଟର ) ପରିଦର୍ଶନ କରିଥିଲେ । ପାର୍ବତୀ ଗିରି ବାଳ ନିକେତନର ଦିବ୍ୟାଙ୍ଗ ଅନ୍ତେବାସୀ ପାୟଲ ନାଗ ନିଜ ପାଟିରେ ଆଙ୍କିଥିବା ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଫୋଟୋଚିତ୍ର କୁ ଉନ୍ନୟନ କମିଶନରଙ୍କୁ ଭେଟି ଦେଇଥିଲେ । ଅନ୍ତେବାସୀ ମାନଙ୍କୁ ଉନ୍ନୟନ କମିଶନର , ସମବାୟ ବିଭାଗର ପ୍ରମୁଖ ଶାସନ ସଚିବ ଓ ଜିଲ୍ଲାପାଳ ମିଷ୍ଟାନ ବଣ୍ଟନ କରିଥିଲେ । ପରେ ପରେ ସେ ବଲାଙ୍ଗିର ପୌର ପରିଷଦ ଅନ୍ତର୍ଗତ ବିଷ୍ଣୁମୁଣ୍ଡା ସ୍ଥିତ ସ୍ଟମ ରିଲୋକେସନ ସାଇଟ ପରିଦର୍ଶନରେ ଯାଇ ଜାଗା ମିଶନ କଲୋନୀ ବୁଲି ଦେଖୁଥିଲେ । ସେଠାରେ ଦୟାନିଧୂ ବାଗ କରିଥିବା ସଂପୂର୍ଣ୍ଣ ଘର କୁ ବୁଲିଦେଖୁବା ସହ ଉପସ୍ଥିତ ହିତାଧ୍ୟାକାରୀମାନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ । ସେଠାରୁ ଉନ୍ନୟନ କମିଶନର ଓ ସମବାୟ ବିଭାଗର ପ୍ରମୁଖ ଶାସନ ସଚିବ ଟିଟିଲାଗଡ ଅଭିମୁଖେ ଯାଇଥିଲେ । ଟିଟିଲାଗଡ ଠାରେ ନୂତନ ଭାବେ ନିର୍ମାଣାଧୀନ ଟିଟିଲାଗଡ ଉପଖଣ୍ଡ ଚିକିତ୍ସାଳୟ କୋଠା ପରିଦର୍ଶନ କରିବା ସହ ଏହାର ନିର୍ମାଣ କାର୍ଯ୍ୟ ଓ ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ କରି ବିଭାଗୀୟ ଯନ୍ତ୍ରୀମାନଙ୍କ ସହ ଆଲୋଚନା କରିଥିଲେ ।
ପରେ ସେ ଟିଟିଲାଗଡ ବ୍ଲକ ଅନ୍ତର୍ଗତ ପିପଲପଦର ଯାଇ ସେଠାରେ ପ୍ରତିଷ୍ଠା ହୋଇଥିବା ମେଗା ଛତୁଆ ପ୍ରକ୍ରିୟାକରଣ ୟୁନିଟ ପରିଦର୍ଶନ କରି ଏହାର ପରିଚାଳନା ଦାୟିତ୍ବ ନେଇଥିବା ମିଶନ ଶକ୍ତି ବ୍ଲକ ସ୍ତରୀୟ ମହାସଂଘ , ଟିଟିଲାଗଡର ସଦସ୍ୟା ମାନଙ୍କ ସହ ଛତୁଆ ପ୍ରସ୍ତୁତି ପ୍ରଣାଳୀ , ପ୍ୟାକେଜିଙ୍ଗ ଓ ଗୁଣବତ୍ତା ସମ୍ପର୍କରେ ପଚାରି ବୁଝିଥିଲେ । ଏହି ୟୁନିଟ ଦ୍ବାରା ପ୍ରସ୍ତୁତ ଛତୁଆକୁ ଭନ୍ନୟନ କମିଶନର ନିଜେ ସ୍ବାଦନେବା ସହ ଛତୁଆର ଗୁଣବତ୍ତାକୁ ପ୍ରଶଂସା କରି ଏହା ବଜାୟ ରଖିବା ନିମନ୍ତେ ମିଶନ ଶକ୍ତିର ସଦସ୍ୟାମାନଙ୍କୁ ପରାମର୍ଶ ଦେଇଥିଲେ । ଟିଟିଲାଗଡ ଉପଖଣ୍ଡ ଚିକିତ୍ସାଳୟ କୋଠା ଓ ମେଗା ଛତୁଆ ପ୍ରକ୍ରିୟାକରଣ ୟୁନିଟ ପରିଦର୍ଶନ ସମୟରେ ଜଳ ସମ୍ପଦ , ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଉପସ୍ଥିତ ଥିଲେ । ପରେ ଉନ୍ନୟନ କମିଶନର ଓ ସମବାୟ ବିଭାଗର ପ୍ରମୁଖ ଶାସନ ସଚିବ ମୁରିବାହାଲ ଯାଇ ନିୟନ୍ତ୍ରିତ ବଜାର କମିଟି ପରିସରରେ ଥିବା ପିଆଜ ଷ୍ଟୋରେଜ କେନ୍ଦ୍ର ପରିଦର୍ଶନ କରିଥିଲେ । ଏହି କେନ୍ଦ୍ର କୃଷି ଉତ୍ପାଦନ କ୍ଲଷ୍ଟର ଅନ୍ତର୍ଗତ ମିଳିତ ଉଦ୍ଘାନ ପ୍ରଡ୍ୟୁସର କମ୍ପାନୀ ଦ୍ବାରା ପରିଚାଳନା କରାଯାଇଛି । ସେଠାରେ ସେ ଅଞ୍ଚଳର ସଫଳ ଚାଷୀ ଓ ପ୍ରଡ୍ୟୁସର କମ୍ପାନୀର ସଦସ୍ୟଙ୍କ ସହ ପିଆଜର ସଂରକ୍ଷଣ ଓ ବଜାର ବ୍ୟବସ୍ଥା ସମ୍ପର୍କରେ ଆଲୋଚନା କରିଥିଲେ । ପରେ ସେ ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ବାଗବାହାଲ ଗ୍ରାମକୁ ଯାଇ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ଦ୍ବାରା କରାଯାଇଥିବା ପିଆଜ ଓ ପନିପରିବା ଚାଷ ସମ୍ପର୍କରେ ଆଲୋଚନା କରିବା ସହ ସେମାନଙ୍କ ଆତ୍ମବିଶ୍ବାସକୁ ପ୍ରଶଂସା କରିଥିଲେ । ନୂତନ ଅମଳ ପରବର୍ତ୍ତୀ ପରିଚାଳନା କାର୍ଯ୍ୟକ୍ରମ ଜରିଆରେ ଥିବା ସହାୟତା ସମ୍ପର୍କରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ କୃଷି ଉତ୍ପାଦକ ସଂଗଠନକୁ ସଚେତନ କରିବାକୁ ପରାମର୍ଶ ଦେଇଥିଲେ ।
Comments are closed.