ଆତଙ୍କବାଦୀ ଆକ୍ରମଣରେ ଓଡ଼ିଆ ଯବାନ ଦେବାଶିଷ ସହିଦ ହୋଇଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ

ଭୁବନେଶ୍ୱର – ଜାମ୍ମୁ ଓ କାଶ୍ମୀରର ପୁଞ୍ଚରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ବୀର ଯବାନ ଦେବାଶିଷ ବିଶ୍ୱାଳ ସହିଦ ହୋଇଥିବାରୁ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦେବାଶିଷ ସହିଦ ହୋଇଥିବା ଖବର ଅତ୍ୟନ୍ତ ଦୁଃଖଦାୟକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଦେଶର ସୁରକ୍ଷାରେ ତାଙ୍କର ବଳିଦାନ ସବୁବେଳେ ସ୍ମରଣୀୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିବା ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି । ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

Comments are closed.