ବରିଷ୍ଠ ରାଜନେତା ତ୍ରିଲୋଚନ କାନୁନଗୋଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ନବୀନ

ଭୁବନେଶ୍ୱର – ବରିଷ୍ଠ ରାଜନେତା ତଥା ପୂର୍ବତନ ସାଂସଦ ତ୍ରିଲୋଚନ କାନୁନଗୋଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଙ୍କ ଦେହାନ୍ତ ବିଷୟରେ ଜାଣି ସେ ଦୁଃଖିତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଜନସେବା କ୍ଷେତ୍ରରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ଦିବଂଗତ ନେତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.