ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ | News Room Odisha

ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ୱର – ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଚାର୍ଜସିଟ ଦାଖଲ କରିଛି ଭିଜିଲାନ୍ସ । ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟରେ ଚାର୍ଜସିଟ ଦାଖଲ କରିଛି ଭିଜିଲାନ୍ସ। ତିନି ହଜାର ପୃଷ୍ଠାର ଚାର୍ଜସିଟରେ ପ୍ରଦୀପ ପାଣିଗ୍ରାହୀ ଓ ତାଙ୍କ ପତ୍ନୀଙ୍କ ନାଁ ରହିଛି । ମୋଟ ୯ କୋଟି ୧୮ ଲକ୍ଷ ୧୩ ହଜାର ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ରଖିଥିବା ଚାର୍ଜସିଟରେ ଉଲ୍ଲେଖ ରହିଛି । ଏ ନେଇ ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।

ଲୋକାୟୁକ୍ତଙ୍କ ଅନୁମତି ପରେ ଚାର୍ଜସିଟ ଦାଖଲ କରିଛି ଭିଜିଲାନ୍ସ। ୨୦୨୧ରେ ଜନବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ତଡ଼ା ଖାଇଥିଲେ ପ୍ରଦୀପ ପାଣିଗ୍ରାହୀ।