ବିଶ୍ଵ ପ୍ରସିଦ୍ଧ ରଥଯାତ୍ରାର ଅବଗଣନା : ଆଜିଠୁ ରଥକାଠ ଅନୁକୂଳ | News Room Odisha

ବିଶ୍ଵ ପ୍ରସିଦ୍ଧ ରଥଯାତ୍ରାର ଅବଗଣନା : ଆଜିଠୁ ରଥକାଠ ଅନୁକୂଳ

ପୁରୀ – ଆଜି ପବିତ୍ର ଅକ୍ଷୟ ତୃତୀୟାରେ ରଥଯାତ୍ରା ପାଇଁ ରଥକାମ ଅନୁକୂଳ ହେବ । ଶ୍ରୀମନ୍ଦିର ପ୍ରଶାସନିକ କାର୍ଯ୍ୟାଳୟ ଆଗରେ ରଥଖଳାକୁ ଆଜ୍ଞାମାଳ ବିଜେ କରିବା ପରେ ୩ ଖଣ୍ଡ ଧଉରା କାଠରେ ରଥ ନିର୍ମାଣ ଅନୁକୂଳ କରାଯିବ । ରାଜଗୁରୁ ଓ ସ୍ରୋତ୍ରୀୟ ବ୍ରାହ୍ମଣଙ୍କ ଦ୍ୱାରା ବନଯାଗ ପଦ୍ଧତିରେ ଅନୁକୂଳ କରାଯିବ ରଥ କାମ । ଏହି ଅବସରରେ ତିନି ରଥର ମୁଖ୍ୟ ମହାରଣା, ଭୋଇ ସର୍ଦ୍ଦାରଙ୍କ ସମେତ ମୁଖ୍ୟ କମାର, କରତୀ ଓ ରୂପକାର ସେବାୟତମାନଙ୍କୁ ରାଜଗୁରୁ ଶାଢ଼ୀ ବାନ୍ଧିବା ପରେ ଆରମ୍ଭ ହେବ ରଥକାମ ।