ଆସନ୍ତା ଦୁଇ ଦିନ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା, ଆଜି ୧୮ଟି ଜିଲ୍ଲା ପାଇଁ ସତର୍କ ସୂଚନା

ଭୁବନେଶ୍ୱର – ଆସନ୍ତା ଦୁଇ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ । ରାଜ୍ୟରେ ପଶ୍ଚିମା ଝଡ ସକ୍ରିୟ ଥିବାବେଳେ ଉତ୍ତର ପ୍ରଦେଶ ଏବଂ ଏହାର ଆଖପାଖରେ ଏକ ନିମ୍ନ ଚାପରେଖା ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ ତାପମାତ୍ରା ଉଲ୍ଲେଖନୀୟ ଭାବେ ହ୍ରାସ ପାଇଁ। ଏଣେ ଆଜି ୧୮ଟି ଜିଲ୍ଲାରେ ବର୍ଷାନେଇ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲା ପାଇଁ ସତର୍କତା ଜାରି ହୋଇଛି ।

କୁଆପଥର ବୃଷ୍ଟି ନେଇ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ବର୍ଷା ସମୟରେ ଘଣ୍ଟା ପ୍ରତି ୪୦ ରୁ ୫୦ କିମି ବେଗରେ ବହିବ ପବନ । ଏଥିପାଇଁ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳଙ୍କୁ ମୁକାବିଲା ନେଇ ଚିଠି ଲେଖିଛନ୍ତି ଏସ୍ଆରସି ।

ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ । ୨୮ ତାରିଖ ପରେ ରାଜ୍ୟକୁ ପୁଣି ଫେରିବ ତାତି ।

Comments are closed.