ଜିଲ୍ଲା ସ୍ତରୀୟ କୃଷକ ଦିବସ ପାଳନ | News Room Odisha

ଜିଲ୍ଲା ସ୍ତରୀୟ କୃଷକ ଦିବସ ପାଳନ

ବରଗଡ଼: ବରଗଡ଼ ବ୍ଲକ ଅନ୍ତର୍ଗତ ଗାଇସୀମାଠାରେ ପବିତ୍ର ଅକ୍ଷୟ ତୃତୀୟା ଦିବସ ଓ ବରଗଡ଼ ଜିଲ୍ଲା ସ୍ତରୀୟ କୃଷକ ଦିବସ ପାଳନ କରାଯାଇଥିଲା। ଜିଲ୍ଲା ମୁଖ୍ୟ କୃଷି କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ, ଜିଲ୍ଲା ପରିଷଦ ସିଇଓ ଆଦିତ୍ୟ କୁମାର ଗୋୟଲ, ସମ୍ବଲପୁର ବସ୍ତ୍ରାଳୟର ସଭାପତି ସମ୍ବିତ ଆଚାର୍ଯ୍ୟ, ବରଗଡ଼ ବ୍ଲକ ଉପାଧ୍ୟକ୍ଷ ଉମେଶ ପଣ୍ଡା, ଜିଲ୍ଲା ପରିଷଦ ସଭ୍ୟା ପୁଷ୍ପା ଭୋଇ ପ୍ରମୁଖ ଅତିଥି ଭାବରେ ଯୋଗଦେଇ ଥିଲେ। ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ସଭାକୁ ପରିଚାଳନା କରିଥିଲେ।

ପ୍ରାରମ୍ଭରେ ଅକ୍ଷୟ ତୃତୀୟା ଉପଲକ୍ଷେ ଅଖି ମୁଠି ଅନୁକୂଳ ପୂଜା କାର୍ଯ୍ୟ ସଂପାଦନା ହୋଇଥିଲା। ପରେ ବିଲ ରେ ସିଇଓ ଆଦିତ୍ୟ କୁମାର ଗୋୟଲ ଓ ସମ୍ବଲପୁରୀ ବସ୍ତ୍ରାଳୟର ସଭାପତି ସମ୍ବିତ ଆଚାର୍ଯ୍ୟ ଅଖି ମୁଠି ଧରି ଚାଷ ଅନୁକୂଳ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବହୁ ଚାଷୀଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।