ରଥଯାତ୍ରାର ପ୍ରଥମ ପର୍ଯ୍ୟାୟ : ଅକ୍ଷୟ ତୃତୀୟାରେ ଅନୁକୂଳ ହେଲା ରଥନିର୍ମାଣ କାର୍ଯ୍ୟ

ପୁରୀ- ଅକ୍ଷୟ ତୃତୀୟାରେ ଶ୍ରୀଜିଉଙ୍କ ରଥଯାତ୍ରା ପାଇଁ ରଥନିର୍ମାଣ କାର୍ଯ୍ୟର ଅନୁକୂଳ ହୋଇଛି । ଏଥିସହ ଆରମ୍ଭ ହୋଇଛି ଚନ୍ଦନ ଯାତ୍ରା। ମହାପ୍ରଭୁଙ୍କଠାରୁ ଆଜ୍ଞାମାଳ ପାଇ ତିନିବାଡର ପୂଜାପଣ୍ଡା ସେବାୟତମାନେ ଶୋଭାଯାତ୍ରାରେ ବାହାରି ଶ୍ରୀମନ୍ଦିର କାର୍ଯ୍ୟାଳୟଠାରେ ପହଞ୍ଚିଥିଲେ। ଆଜ୍ଞାମାଳ ପହଞ୍ଚିବା ପରେ ତିନି ରଥର ବିଶ୍ବକର୍ମାଙ୍କୁ ପ୍ରଦାନ କରାଯାଇଥିଲା। ଶ୍ରୀମନ୍ଦିର ଶ୍ରୋତୀୟ ବ୍ରାହ୍ମଣ ଓ ରାଜ ପୁରୋହିତଙ୍କ ଦ୍ବାରା ବନଯାଗ ବିଧିରେ ପୂଜାର୍ଚ୍ଚନା କରାଯାଇଥିଲା ।

ଏହାପରେ ବିଶ୍ବକର୍ମା ମହାରଣାଙ୍କ ଶାଢୀ ବନ୍ଧା ନୀତି ସଂପାଦିତ ହେଲା ପରେ ରଥଖଳାରେ ସୁନା କୁରାଢିରେ ରଥନିର୍ମାଣ କାର୍ଯ୍ୟର ଅନୁକୂଳ ହୋଇଥିଲା। ପ୍ରଥମେ ତାଳଧ୍ବଜ, ପରେ ନନ୍ଦିଘୋଷ ଓ ଶେଷରେ ଦର୍ପଦଳନ ରଥ ପାଇଁ ଉଦ୍ଦିଷ୍ଟ ଧଉରା କାଠ ପୂଜାର୍ଚ୍ଚନା କରାଯାଇ ଅନୁକୂଳ ହୋଇଥିଲା।
ଅକ୍ଷୟ ତୃତୀୟାରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ମଧ୍ୟ ଆରମ୍ଭ ହୋଇଛି।

Comments are closed.