ରାଜ୍ୟରେ ଆସନ୍ତା ୨୯ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ୱର – କାଳବୈଶାଖୀ ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ଆଜି ବର୍ଷା ସମ୍ଭାବନା ରହିଛି । କିଛି ସ୍ଥାନରେ କୁଆପଥର ପଡିବା ସମ୍ଭାବନା ମଧ୍ୟ ରହିଛି । ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । କଟକ, ଯାଜପୁର, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ବୌଦ୍ଧ, କଳାହାଣ୍ଡି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଅଧିକାଂଶ ଜିଲ୍ଲାରେ ୭୦ରୁ ୧୧୦ ମିଲିମିଟର ବର୍ଷା ନେଇ ଆକଳନ କରାଯାଇଛି । ଏହି ସମୟରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ ।

Comments are closed.