ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲଙ୍କ ପରଲୋକ | News Room Odisha

ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲଙ୍କ ପରଲୋକ

ଚଣ୍ଡୀଗଡ଼ – ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଶିରୋମଣି ଅକାଳୀ ଦଳର ନେତା ପ୍ରକାଶ ସିଂହ ବାଦଲଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା । ଅସୁସ୍ଥତା ଓ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଏହି ମାସ ୨୧ ତାରିଖରେ ମୋହାଲିର ଫୋର୍ଟିସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେ ଆଇସିୟୁରେ ଥିଲେ । ପ୍ରକାଶ ସିଂହ ବାଦଲ ୧୯୭୦ରୁ ୧୯୭୧, ୧୯୭୭ରୁ ୧୯୮୦,୧୯୯୭ରୁ ୨୦୦୨ ଓ ୨୦୦୭ରୁ ୨୦୧୭ ଯାଏଁ ପଞ୍ଜାବର ମୁଖ୍ୟମନ୍ତ୍ରୀ ଥିଲେ । ପଞ୍ଜାବର ମୁଖ୍ୟମନ୍ତ୍ରୀ ହେବାରେ ସେ ଥିଲେ କନିଷ୍ଠ ନେତା ।