ଭୁବନେଶ୍ୱର – ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ବରେଣ୍ୟ ସାଧକ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଆଜି ଜୟନ୍ତୀ। ଏହି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ ଶିକ୍ଷା, କୁଟୀର ଶିଳ୍ପ, କୃଷି, ଗମନାଗମନର ବିକାଶ ସହ ଓଡ଼ିଆ ଭାଷା, ସାହିତ୍ଯକୁ ଆହୁରି ବ୍ୟାପକ କରିବାରେ ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ ବୋଲି ଗଜପତିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି।