ମେ ପହିଲା ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ପ୍ରଭାବ

ଭୁବନେଶ୍ୱର – ମେ ପହିଲା ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ପ୍ରଭାବ। ରାଜ୍ୟର ସବୁ ଅଞ୍ଚଳରେ ଘଡଘଡି ବିଜୁଳି ସହ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି କାଳବୖଶାଖୀ ବର୍ଷା ପାଇଁ ଉତ୍ତର ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ୧୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ବର୍ଷା ସହିତ ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବ । ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରୁଥିବାରୁ ରାଜ୍ୟରେ ଏଭଳି ସ୍ଥିତି ସୃଷ୍ଟି ହୋଇଛି ।

ଓଡ଼ିଶା ଉପରେ ଏବେ କୌଣସି ସିଷ୍ଟମ ସମ୍ଭାବନା ନ ଥିବାରୁ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ।

କାଳବୈଶାଖୀର ପ୍ରଭାବ ଜାରି ରହିଥିବାରୁ ଆସନ୍ତା ମେ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ତାତି ବୃଦ୍ଧି ହେବାର ସମ୍ଭାବନା ନାହିଁ।

Comments are closed.