ରାଜ୍ୟରେ କାଳବୈଶାଖୀ ଯୋଗୁଁ ଥଣ୍ଡା ପାଗ, ଆଜି ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର – ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଯୋଗୁଁ ଲୋକଙ୍କୁ ଆଶ୍ୱସ୍ତି ମିଳିଛି । ପାଗ ଥଣ୍ଡା ରହିଛି । ଶୁକ୍ରବାର ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାରେ ହାଲୁକା ବର୍ଷା ହୋଇଛି । ପୁରୀରେ ସର୍ବାଧିକ ୨୮.୨ ମିମି ବର୍ଷା ହୋଇଥିବା ରେକର୍ଡ ହୋଇଛି। କୋରାପୁଟ, ଗଜପତି, ଗଞ୍ଜାମ, ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାର କିଛି କିଛି ସ୍ଥାନରେ ବି କାଳବୈଶାଖୀ ବର୍ଷା ସହ କୁଆପଥର ବୃଷ୍ଟି ବି ହୋଇଛି।ଆସନ୍ତା ୨ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିବ।

ଆଜି ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି। ଏଣୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ୯ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି କରିଛି।

Comments are closed.