ଆଇଏଏସ ରଞ୍ଜନ ଦାସ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ  | News Room Odisha

ଆଇଏଏସ ରଞ୍ଜନ ଦାସ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ 

ଭୁବନେଶ୍ୱର- ଆଇଏଏସ ଅଧିକାରୀ ରଞ୍ଜନ ଦାସଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର। ବୀର ବିକ୍ରମ ଯାଦବଙ୍କ ଠାରୁ ରଞ୍ଜନ ଦାସ ଦାୟିତ୍ବ ଗ୍ରହଣ କରିବେ । ବର୍ତ୍ତମାନ ସଂସ୍କୃତି ବିଭାଗର ସ୍ବତନ୍ତ୍ର ସଚିବ ଅଛନ୍ତି ରଞ୍ଜନ ଦାସ । ଦିଲ୍ଲୀପ ରାଉତରାୟଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି । ଶ୍ରୀକାନ୍ତ ପୃଷ୍ଟିଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ସ୍ୱତନ୍ତ୍ର ସଚିବ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର।