୫-ଟି ସଚିବଙ୍କ ବ୍ରହ୍ମପୁର ବୁଢ଼ୀ ଠାକୁରାଣୀଙ୍କ ମନ୍ଦିର ପରିଦର୍ଶନ: ବିକାଶ ନେଇ ୧୫ ଦିନରେ ମାଷ୍ଟରପ୍ଲାନ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ | News Room Odisha

୫-ଟି ସଚିବଙ୍କ ବ୍ରହ୍ମପୁର ବୁଢ଼ୀ ଠାକୁରାଣୀଙ୍କ ମନ୍ଦିର ପରିଦର୍ଶନ: ବିକାଶ ନେଇ ୧୫ ଦିନରେ ମାଷ୍ଟରପ୍ଲାନ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଭି କେ ପାଣ୍ଡିଆନ୍ ଆଜି ଅପରାହ୍ନରେ ବ୍ରହ୍ମପୁର ସହର ପ୍ରସିଦ୍ଧ ବୁଢୀ ଠାକୁରାଣୀଙ୍କ ମନ୍ଦିର ପରିଦର୍ଶନ କରିଥିଲେ ।

ଆଜି ଥିଲା ବ୍ରହ୍ମପୁରର ପ୍ରସିଦ୍ଧ ବୁଢୀ ଠାକୁରାଣୀ ଯାତ୍ରାର ଶେଷ ଦିନ । ଏହି ଅବସରରେ ଶ୍ରୀ ପାଣ୍ଡିଆନ୍ ମନ୍ଦିରରେ ମାଆଙ୍କ ପୂଜାର୍ଚନା କରି ଆଶୀର୍ବାଦ ଭିକ୍ଷା କରିଥିଲେ ।

ପରେ ୫ଟି ସଚିବ ମନ୍ଦିରର ବିକାଶ ସମ୍ପର୍କରେ ମନ୍ଦିର କମିଟି ଓ ସ୍ଥାନୀୟ ଲୋକପ୍ରତିନିଧିଙ୍କ ସହ ଆଲୋଚନା କରିଥିଲେ ।

ବୁଢୀ ଠାକୁରାଣୀ ମନ୍ଦିର ଏକ ପ୍ରାଚୀନ ମନ୍ଦିର ପ୍ରତିଦିନ ଏଠାକୁ ଶହ ଶହ ଭକ୍ତ ଆସିଥାନ୍ତି ତେଣୁ ଯାତ୍ରୀ ମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ସେଠାରେ ଉପଯୁକ୍ତ ଭିତ୍ତିଭୂମିର ବିକାଶ କରିବାକୁ ସ୍ଥିର କରାଯାଇଥିଲା । ଏ ସମ୍ପର୍କରେ ପନ୍ଦର ଦିନରେ ବିସ୍ତ୍ରୁତ ଯୋଜନା ପ୍ରସ୍ତୁତ କରିବାକୁ ଶ୍ରୀ ପାଣ୍ଡିଆନ୍ ଜିଲ୍ଲା ପ୍ରଶାସନକୁ ପରାମର୍ଶ ଦେଇଥିଲେ ।

ସାଂସଦ ଚନ୍ଦ୍ରଶେଖର ସାହୁ ,ବିଧାୟକ ବିକ୍ରମ ପଣ୍ଡା , ବ୍ରହ୍ମପୁର ମେୟର ରାଜ୍ୟ ଯୋଜନା ବୋର୍ଡ ସଭ୍ୟ ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ ଓ ଗଞ୍ଜାମ ଜିଲ୍ଲାପାଳ ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ ।