ଆଜି ୬ଟି ଜିଲ୍ଲାରେ ବର୍ଷା ସମ୍ଭାବନା | News Room Odisha

ଆଜି ୬ଟି ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ବର – ପଶ୍ଚିମା ଝଡ଼ ପ୍ରଭାବରେ ଉପକୂଳ ସମେତ ସଂଲଗ୍ନ ଅଞ୍ଚଳରେ ଗୁରୁବାର ପାଗ ମେଘୁଆ ରହିଥିଲା । କୋରାପୁଟ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର କିଛି କିଛି ସ୍ଥାନରେ ହାଲୁକା ବର୍ଷା ମଧ୍ୟ ହୋଇଛି। ଆଜି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି। ଏହି ୬ ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପା‌ଣିପାଗ ବିଜ୍ଞାନ କେନ୍ଦ୍ର। ଆସନ୍ତାକାଲି ମଧ୍ୟ ରାଜ୍ୟର କେତେକ ସ୍ଥାନରେ ହାଲୁକା ବର୍ଷା ହୋଇପା‌ରେ।