ଆସନ୍ତା ତିନି ମାସ ମଧ୍ୟରେ ଡ୍ରାଇଭର ମହାସଂଘର ଦାବି ପୂରଣ କରାଯିବ

ଭୁବନେଶ୍ୱର – ଆସନ୍ତା ତିନି ମାସ ମଧ୍ୟରେ ପୂରଣ ହେବ ଡ୍ରାଇଭର ଏକତା ମହାସଂଘର ଦାବି । ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ସହିତ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି । ଆଜି ସଂଧ୍ୟାରେ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା । ବୈଠକରେ ଡ୍ରାଇଭର ମହାସଂଘର ବରିଷ୍ଠ କର୍ମକର୍ତ୍ତା ଓ ସଦସ୍ୟ ଯୋଗଦେଇଥିଲେ । ଆସନ୍ତା ୩ ମାସ ଭିତରେ ଡ୍ରାଇଭର ଏକତା ମହାସଂଘର ଦାବିଗୁଡିକର ବିଚାର କରାଯାଇ ସମାଧାନ ହେବ ବୋଲି ନିଷ୍ପତ୍ତି ନିଆଯାଇଛି । ଏନେଇ ଡ୍ରାଇଭର ଏକତା ମହାସଂଘର ଆବାହକଙ୍କୁ ଚିଠି ଲେଖି ଅବଗତ କରାଯାଇଛି। ଏ ନେଇ ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟାଳୟରୁ ବିବୃତି ଜାରି କରାଯାଇଛି।

Comments are closed.