ବରିଷ୍ଠ ସାମ୍ବାଦିକ ବାସୁଦେବ ମହାପାତ୍ରଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ  | News Room Odisha

ବରିଷ୍ଠ ସାମ୍ବାଦିକ ବାସୁଦେବ ମହାପାତ୍ରଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ବର – ବରିଷ୍ଠ ସାମ୍ବାଦିକ ବାସୁଦେବ ମହାପାତ୍ରଙ୍କର ପରଲୋକ ହୋଇଯାଇଛି । ସେ ଗତ କିଛି ଦିନ ଧରି ସେ ଅସୁସ୍ଥ ଥିଲେ । ଆଜି ସକାଳୁ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଭୁବନେଶ୍ଵରସ୍ଥିତ କ୍ୟାପିଟାଲ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।

ବାସୁଦେବ ମହାପାତ୍ର ସାମ୍ବାଦିକତା କ୍ଷେତ୍ର ସହିତ ଦୀର୍ଘ ଦିନ ଧରି ଜଡ଼ିତ ରହିଥିଲେ। ଉଭୟ ଓଡ଼ିଆ ଓ ଇଂରାଜୀ ଭାଷା ସାମ୍ବାଦିକତାରେ ତାଙ୍କର ଦକ୍ଷତା ଥିଲା।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାସୁଦେବ ମହାପାତ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି। ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ବାସୁଦେବଙ୍କ ବିୟୋଗ ଏକ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।