ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ଆଜି ରହିବ କାଳବୖଶାଖୀ ପ୍ରଭାବ | News Room Odisha

ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ଆଜି ରହିବ କାଳବୖଶାଖୀ ପ୍ରଭାବ

ଭୁବନେଶ୍ୱର- କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଆଜିଠୁ ତାପମାତ୍ରା ହ୍ରାସ ପାଇବ । ଆଜି ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୁରଭଞ୍ଜ, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ସମ୍ଭାବନା ରହିଛି। ଆଜି ସକାଳୁ ରାଜ୍ୟର ବିଭିନ୍ନ ଅଂଚଳରେ ଆକାଶ ମେଘୁଆ ରହିବା ସହ ଥଣ୍ଡା ପବନ ବହୁଛି । କିଛି ସ୍ଥାନରେ ହାଲୁକା ବର୍ଷା ମଧ୍ୟ ହୋଇଛି ।