ଚିତ୍ରକୋଣ୍ଡା ଟ୍ରାକ୍ଟର ଦୁର୍ଘଟଣାରେ ୪ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ | News Room Odisha

ଚିତ୍ରକୋଣ୍ଡା ଟ୍ରାକ୍ଟର ଦୁର୍ଘଟଣାରେ ୪ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଗତ କାଲି ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଅଞ୍ଚଳରେ ରେ ଏକ ଟ୍ରାକ୍ଟର ଦୁର୍ଘଟଣାରେ ଚାରି ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

ଏହି ଦୁର୍ଘଟଣାରେ ଆହତ ସାତ ଜଣଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।