ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି | News Room Odisha

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି

ବାରିପଦା – ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଙ୍କ ତିନିଦିନିଆ ଓଡ଼ିଶା ଗସ୍ତର ଆଜି ଶେଷଦିନ। ଆଜି ରାଷ୍ଟ୍ରପତି ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସାମିଲ ହୋଇ ଦୀକ୍ଷାନ୍ତ ଭାଷଣ ଦେବେ । ଏହି ଅବସରରେ ମାଙ୍କିଡିଆ, ଲୋଧା ଆଦି କେତେକ ପ୍ରାଚୀନ ଜନଜାତିର ପ୍ରତିନିଧିଙ୍କୁ ଭେଟିବା ସହ ବିଭିନ୍ନ ବ୍ୟକ୍ତିବିଶେଷଙ୍କୁ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ କରିବେ ରାଷ୍ଟ୍ରପତି ।ଅପରାହ୍ନରେ ନୂଆଦିଲ୍ଲୀ ଫେରିଯିବେ ରାଷ୍ଟ୍ରପତି ।

ଗତକାଲି ଦ୍ବିତୀୟ ଦିନରେ ରାଇରଙ୍ଗପୁରସ୍ଥିତ ଶିବମନ୍ଦିର ଓ ଜଗନ୍ନାଥ ମନ୍ଦିର ପରିଦର୍ଶନ ପରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠରେ ଶ୍ରଦ୍ଧାଞ୍ଜଳି ଦେଇଥିଲେ । ଏହା ସହ ଶିମିଳିପାଳ ଅଭୟାରଣ୍ୟ ପରିଦର୍ଶନ କରିଥିଲେ ରାଷ୍ଟ୍ରପତି ।