ଆଜି ୫ଟି ଜିଲ୍ଲାରେ ୩୨୫ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ୫-ଟି ସ୍କୁଲ ରୂପାନ୍ତରଣର ତୃତୀୟ ପର୍ଯ୍ୟାୟ ପଞ୍ଚମ ଦିନରେ ଆଜି ୫ଟି ଜିଲ୍ଲାର ୩୨୫ଟି ସ୍କୁଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୟୂରଭଞ୍ଜ ଜିଲ୍ଲାରେ ସର୍ବାଧିକ ୧୦୦ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ ହେବ । ନବରଙ୍ଗପୁର ଜିଲ୍ଲାର ୭୮, ଖୋର୍ଦ୍ଧା ଓ ବରଗଡ଼ ଜିଲ୍ଲାର ୬୨ଟି ଲେଖାଏଁ ଏବଂ ବୌଦ୍ଧର ୨୩ଟି ସ୍କୁଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ।

Comments are closed.