ବରଗଡ଼ ଜିଲ୍ଲାର ୬୨ଟି ୫-ଟି ସ୍କୁଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ | News Room Odisha

ବରଗଡ଼ ଜିଲ୍ଲାର ୬୨ଟି ୫-ଟି ସ୍କୁଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ବରଗଡ଼: ବରଗଡ଼ ଜିଲ୍ଲାର ପଦ୍ମପୁର ଉପଖଣ୍ଡରେ ଆଜି ତୃତୀୟ ପର୍ଯ୍ୟାୟ ରୂପାନ୍ତରିତ ୬୨ଟି ୫-ଟି ହାଇସ୍କୁଲର ଶୁଭ ଉଦଘାଟନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ଆବାସୀ କାର୍ଯ୍ୟକ୍ରମ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପଦ୍ମପୁର ଏସଏସଡି ହାଇସ୍କୁଲ ପଡ଼ିଆରେ ଏକ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା, ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ, ଜିଲ୍ଲାପାଳ ମନୀଷା ବାନାର୍ଜୀ ପ୍ରମୁଖ ଉପସ୍ଥିତ ଥିଲେ।