ଦକ୍ଷିଣପୂର୍ବ ବଙ୍ଗୋପ ସାଗରରେ ଆଜି ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର , ୮ରେ ବାତ୍ୟା ନେଇ ସ୍ପଷ୍ଟ ହେବ ସ୍ଥିତି | News Room Odisha

ଦକ୍ଷିଣପୂର୍ବ ବଙ୍ଗୋପ ସାଗରରେ ଆଜି ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର , ୮ରେ ବାତ୍ୟା ନେଇ ସ୍ପଷ୍ଟ ହେବ ସ୍ଥିତି

ଭୁବନେଶ୍ବର -ଆଜି ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ୯ ତାରିଖରେ ଏହା ଘନୀଭୂତ ହୋଇ ଅବପାତର ରୂପ ନେଇପାରେ । ପରେ ଏହା ଅଧିକ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହୋଇପାରେ ବୋଲି କହିଛି ଭାରତୀୟ ପାଣିପାଗ ବିଭାଗ । ୮ତାରିଖ ପରେ ବାତ୍ୟାର ତୀବ୍ରତା ଓ ଗତିପଥ ସମ୍ପର୍କରେ ସ୍ପଷ୍ଟ ଚିତ୍ର ମିଳିପାରିବ ବୋଲି କହିଛି ପାଣିପାଗ ବିଭାଗ ।

ନିର୍ଦ୍ଦିଷ୍ଟ କେଉଁ ଅଞ୍ଚଳକୁ ସମ୍ଭାବ୍ୟ ବାତ୍ୟା ପ୍ରଭାବିତ କରିବ ସେନେଇ ସ୍ପଷ୍ଟ ସୂଚନା ମିଳିପାରିନି । ତେବେ ବାତ୍ୟା ନେଇ ଓଡ଼ିଶାକୁ ବିପଦ ନଥିବା ଆଇଏମଡି ଡିଜି କହିଛନ୍ତି । ଗତିବିଧି ଏବଂ ପ୍ରଭାବର ପୂର୍ବାନୁମାନ ସହ ମୁକାବିଲା ପାଇଁ ପଦକ୍ଷେପ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଛି । ବାତ୍ୟା ସମ୍ପର୍କିତ ଅଧିକ ତଥ୍ୟ ଖୁବଶୀଘ୍ର ବିଭାଗ ପକ୍ଷରୁ ଅପଡେଟ୍ କରାଯିବ ବୋଲି କୁହାଯାଇଛି ।