ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଆସନ୍ତାକାଲି ଲଘୁଚାପ କ୍ଷେତ୍ର: ଆଇଏମଡି

ଭୁବନେଶ୍ୱର- ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତାକାଲି ସୁଦ୍ଧା ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଏ ନେଇ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିଝଡ଼ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି । ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ପରେ ଏହା ଅଧିକ ଘନୀଭୂତ ହୋଇ ୯ ତାରିଖ ସୁଦ୍ଧା ଅବପାତରେ ପରିଣତ ହେବ । ଏହାପରେ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି। ଲଘୁଚାପ କ୍ଷେତ୍ର ସୃଷ୍ଟି ପରେ ବାତ୍ୟାର ଗତିପଥ ଓ ତୀବ୍ରତା ଜଣାପଡ଼ିବ । ଆଜିଠାରୁ ମତ୍ସ୍ୟଜୀବୀଙ୍କୁ ଦକ୍ଷିଣପୂର୍ବ ବଙ୍ଗୋପସାଗର ଯିବା ମନା ହୋଇଛି ।

Comments are closed.