ପୂର୍ବତନ ସମିତି ସଭ୍ୟଙ୍କୁ ନିର୍ମମ ହତ୍ୟା | News Room Odisha

ପୂର୍ବତନ ସମିତି ସଭ୍ୟଙ୍କୁ ନିର୍ମମ ହତ୍ୟା

କାମାକ୍ଷାନଗର – କାମାକ୍ଷାନଗର ଥାନା ଦିଘି ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ସର୍ବେଶ୍ୱର ରାଉତଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି । ନିଜ କାଜୁ ବଗିଚାରୁ ଘରକୁ ଫେରୁଥିବା ତାଙ୍କୁ ଦୁର୍ବୃତ୍ତମାନେ ଆକ୍ରମଣ କରିଥିଲେ । ଏଥିରେ ତାଙ୍କର ମୃତ୍ୟୁ ଘଟିଛି । ପୂର୍ବ ଶତ୍ରୁତାରୁ ତାଙ୍କୁ ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି। ଗତକାଲି ରାତି ପ୍ରାୟ ୯ଟା ସମୟରେ ସର୍ବେଶ୍ଵର କାଜୁ ବଗିଚାରୁ ବାଇକ ଯୋଗେ ଘରକୁ ଫେରୁଥିବା ବେଳେ କିଛି ଦୁର୍ବୁତ୍ତ ତାଙ୍କୁ ଭୁଜାଲି, ଲୁହାରଡ଼ ଓ ଠେଙ୍ଗାରେ ମରଣାନ୍ତକ ଆକ୍ରମଣ କରିଥିଲେ । ଏଥିରେ ସେ ଗୁରୁତର ଆହତ ହୋଇଥିଲା । ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ତାଙ୍କୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଉଥିଲା ବେଳେ ରାସ୍ତାରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା ।