ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିଝଡ | News Room Odisha

ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିଝଡ

ଭୁବନେଶ୍ୱର- ସମ୍ଭାବ୍ୟ ବାତ୍ୟା ନେଇ ଏ ଯାଏଁ କିଛି ସ୍ପଷ୍ଟ ହୋଇନଥିଲେ ମଧ୍ୟ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିଝଡ଼ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି । ବିଭାଗର ସୂଚନା ଅନୁସାରେ, ଆସନ୍ତାକାଲି ଏହି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ପରେ ଏହା ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। ତେବେ ବାତ୍ୟାର ଗତିପଥ କେଉଁ ଦିଗକୁ ରହିବ, ଏହା ସ୍ଥଳଭାଗ ଛୁଇଁବ କି ନାହିଁ , ତାହା ସ୍ପଷ୍ଟ ହୋଇନାହିଁ।