ଗ୍ରୀଷ୍ମ ପ୍ରବାହ ଜାରି: ୧୬ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ, ବୌଦ୍ଧ ଓ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର | News Room Odisha

ଗ୍ରୀଷ୍ମ ପ୍ରବାହ ଜାରି: ୧୬ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ, ବୌଦ୍ଧ ଓ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର-ଗ୍ରୀଷ୍ମ ପ୍ରବାହରେ ଜଳୁଛି ସାରା ରାଜ୍ୟ । ଆଜି ୧୬ଟି ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିୟସ ଉପରେ ରହିଛି। ବୌଦ୍ଧ ଓ ଝାରସୁଗୁଡ଼ା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ହୋଇଛନ୍ତି। ଏ ଦୁଇ ସହରରେ ତାପମାତ୍ରା ୪୩ ଦଶମିକ ୪ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ସମ୍ବଲପୁରରେ ତାପମାତ୍ରା ୪୩. ୩ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଆଜି କଟକରେ ୩୮ .୫ ଓ ଭୁବନେଶ୍ୱରରେ ୩୭ ଦଶମିକ ୭ ଡିଗ୍ରୀ ସେଲସିୟସ ତାପମାତ୍ରା ରହିଛି। ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଆଉ କିଛି ଦିନ ଜାରି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆଗାମୀ ୪ଦିନ ଯାଏଁ ରାଜ୍ୟରେ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନଥିବା ବେଳେ ପରବର୍ତ୍ତୀ ସମୟରେ ଏଥିରେ ବୃଦ୍ଧି ହୋଇପାରେ। ଆଗାମୀ ୫ ଦିନ ଯାଏଁ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ୪୦ ଡ଼ିଗ୍ରୀ କିମ୍ବା ଅଧିକ ତାପମାତ୍ରା ରେକର୍ଡ ସହ ଅସ୍ୱାଭାବିକ ପାଣିପାଗ ଅନୁଭୂତ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର କହିଛି ।