ଆଜିଠୁ ଭୁବନେଶ୍ୱର-ଦୁବାଇ ସିଧାସଳଖ ବିମାନ ସେବା  | News Room Odisha

ଆଜିଠୁ ଭୁବନେଶ୍ୱର-ଦୁବାଇ ସିଧାସଳଖ ବିମାନ ସେବା 

ଭୁବନେଶ୍ୱର- ଆଜିଠୁ ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ସେବା ଆରମ୍ଭ ହେଉଛି । ଇଣ୍ଡିଗୋ ବିମାନ ସେବା କମ୍ପାନୀ ପକ୍ଷରୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଦୁବାଇ ବିମାନ ବନ୍ଦରକୁ ସିଧାସଳଖ ବିମାନ ସେବା ଆରମ୍ଭ ହେବ। ଯିବାଆସିବା ଟିକେଟର ମୂଲ୍ୟ ରହିଛି ୨୦ ହଜାର ଟଙ୍କା ରଖାଯାଇଛି। ସପ୍ତାହକ ମଧ୍ୟରେ ସୋମବାର, ବୁଧବାର ଓ ଶୁକ୍ରବାର ଦିନ ଦୁବାଇକୁ ଉଡିବ ବିମାନ ।

ଭୁବନେଶ୍ୱର ଓ ଦୁବାଇ ମଧ୍ୟରେ ସିଧାସଳଖ ବିମାନ ସେବା ପର୍ଯ୍ୟଟନ କ୍ଷେତ୍ରକୁ ସମୃଦ୍ଧ କରିବା ସହ ନିଯୁକ୍ତିରେ ମଧ୍ୟ ସହାୟକ ହେବ। ସେହିଭଳି ଆଇଟି ଓ ମାନୁଫକଚରିଂ ଭଳି କ୍ଷେତ୍ର ଅଧିକ ଲାଭବାନ ହେବା ସହ ଓଡ଼ିଶା ପାଇଁ ନୂଆ ସମ୍ଭାବନା ଆଣିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।