ଆଉ କିଛି ସମୟ ପରେ ମାଟ୍ରିକ ପରୀକ୍ଷାଫଳ

କଟକ – ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇବ । ଦିନ ୧୦ଟାରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ପରୀକ୍ଷା ଫଳ ମଧ୍ୟ ଆଜି ପ୍ରକାଶ ପାଇବ । କଟକସ୍ଥିତ ମାଧ୍ୟମିକ ଶିକ୍ଷା ବୋର୍ଡ ମୁଖ୍ୟାଳୟରେ ଦିନ ୧୦ଟାରେ ବିଭାଗୀୟ ମନ୍ତ୍ରୀ ଓ ସଚିବଙ୍କ ଉପସ୍ଥିତ‌ିରେ ପରୀକ୍ଷା ଫଳ ପ୍ରକାଶ ପାଇବ। ଦିନ ୧୨ଟା ସୁଦ୍ଧା ୱେବ୍‌ସାଇଟ୍‌ ଓ ଏସ୍‌ଏମ୍‌ଏସ୍‌ ଜରିଆରେ ପରୀକ୍ଷାଫଳ ଉପଲବ୍ଧ ହେବ । ଛାତ୍ରଛାତ୍ରୀ ନିଜ ମୋବାଇଲରୁ ପରୀକ୍ଷାଫଳ ଜାଣିପାରିବେ । ଏଥିପାଇଁ OR10 ଟାଇପ କରିବା ସହ ନିଜର ରୋଲ୍‌ ନମ୍ବର ଲେଖି 5676750 ନମ୍ବରକୁ ଏସ୍‌ଏମ୍‌ଏସ୍‌ କରିବାକୁ ପଡ଼ିବ । ବୋର୍ଡର ୱେବ୍‌ସାଇଟ୍‌ www.bseodisha.ac.in ରେ ମଧ୍ୟ ପରୀକ୍ଷାଫଳ ମିଳିବ ।

ଚଳିତବର୍ଷ ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ମାର୍ଚ୍ଚ ୧୦ରୁ ୨୦ତାରିଖ ପର୍ଯ୍ୟନ୍ତ ରାଜ୍ୟର ୩୨୧୮ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ହୋଇଥିଲା।

Comments are closed.