ପୁରୀ-ହାୱଡା ବନ୍ଦେ ଭାରତ ଟ୍ରେନ ଚଳାଚଳର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ, ଆଉ ୨ ରୁଟରେ ବନ୍ଦେ ଭାରତ ଟ୍ରେନ ଚଳାଚଳ ପାଇଁ ନବୀନଙ୍କ ଦାବି

ଭୁବନେଶ୍ବର- ଓଡ଼ିଶାକୁ ମିଳିଛି ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ । ଭର୍ଚୁଆଲ ଯୋଗେ ପୁରୀ-ହାୱଡା ବନ୍ଦେ ଭାରତ ଟ୍ରେନ ଚଳାଚଳର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଟ୍ରେନ ଚଳାଚଳ ଶୁଭାରମ୍ଭ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଭିସି ମାଧ୍ୟମରେ ଯୋଡ଼ି ହୋଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାରେ ଆଉ ୨ଟି ‘ବନ୍ଦେ ଭାରତ ଏକ୍ସପ୍ରେସ୍’ ଚଳାଇବା ପାଇଁ ଦାବି କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀଙ୍କ ପାଖରେ ଏହି ଦାବି କରିଛନ୍ତି।

ପୁରୀ-ରାଉରକେଲା ଓ ଭୁବନେଶ୍ୱର-ହାଇଦ୍ରାବାଦ ମଧ୍ୟରେ ଦୁଇଟି ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ଅନୁଗୋଳ-ସୁକିନ୍ଦା ଓ ପାରାଦୀପ-ହରିଦାସପୁର ଲାଇନରେ ପାସେଞ୍ଜର ଟ୍ରେନ୍ ଚଳାଚଳ ପାଇଁ ନବୀନ ଦାବି କରିଥିଲେ। ଏହା ସହିତ ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର କରିବାକୁ ତାଙ୍କ ଦାବି ଦୋହରାଇଛନ୍ତି ମୁଖ୍ୟମନ୍ତ୍ରୀ। ପୁରୀରେ ଇଣ୍ଟରନ୍ୟାସନାଲ ଏୟାରପୋର୍ଟର କାମ ଆଗାମୀ ୩/୪ ବର୍ଷ ଭିତରେ ଶେଷ କରାଯାଉ ବୋଲି ନବୀନ ଦାବି କରିଛନ୍ତି । ଏହି ଇଣ୍ଟରନ୍ୟାସନାଲ ଏୟାରପୋର୍ଟ କାମ ଶେଷ ହେବା ପରେ ପ୍ରଧାନମନ୍ତ୍ରୀ ପୁରୀ ଆସି ଏହାର ଲୋକାର୍ପଣ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Comments are closed.