ଶୀତଳଷଷ୍ଠୀ ଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ଅନୁଦାନ, ଧନ୍ୟବାଦ ଜଣାଇଲେ ଆୟୋଜକ

ବରଗଡ଼: ବରଗଡ଼ ଜିଲ୍ଲା ବରପାଲିର ମହାନ ପୌରାଣିକ ଶୀତଳଷଷ୍ଠୀ ଯାତ୍ରା ମହୋତ୍ସବ ପାଇଁ ୧୦ ଲକ୍ଷ ଟଙ୍କାର ସ୍ଵତନ୍ତ୍ର ଅନୁଦାନ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏ ନେଇ ଯାତ୍ରା କମିଟି ପକ୍ଷରୁ ସୂଚନା ଦିଆଯାଇଛି l ଏହି ଅନୁଦାନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଯାଜପୁର ବିଧାୟକ ତଥା ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ଭଟଲି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ବରପାଲି ଶୀତଳଷଷ୍ଠୀ ଯାତ୍ରା କମିଟି ତରଫରୁ ସଭାପତି ଆନନ୍ଦ ବାବୁ, ସମ୍ପାଦକ ଜୟନ୍ତ ତ୍ରିପାଠୀଙ୍କ ସମେତ କର୍ମକର୍ତ୍ତା ମଣ୍ଡଳୀ ଧନ୍ୟବାଦ ଜଣାଇଛନ୍ତି ।

Comments are closed.